ବିଶ୍ୱତାରିଣୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
ହାଟଡିହି, (ବିକାଶ ବିଶ୍ୱାଳ):ଛେନାପଦିଛକ ସ୍ଥିତ ବିଶ୍ୱତାରିଣୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ ହୋଇଯାଇଛି l ବିଦ୍ୟାଳୟର ଅଧ୍ୟାପକ ହିମାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ଶତାଧିକ ଛାତ୍ରୀ ଯୋଗଦେଇ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରିଥିଲେ l ଏଥିଲାଗି ଆୟୋଜିତ ସଚେତନତା ସଭାରେ ଅଧ୍ୟକ୍ଷ ଓ ଅଧ୍ୟାପିକା ମାନେ ବୃକ୍ଷ ହିଁ ଜୀବନ ଉପରେ ଆଲୋକପାତ କରିଥିଲେ। ପ୍ରତ୍ୟେକ ଛାତ୍ରୀ ମାନେ ଯେପରି ପ୍ରତି ବର୍ଷ ଅତି କମରେ ଦୁଇଟି ଲେଖାଏଁ ଗଛ ଲଗାଇ ତାର ଯତ୍ନନେବେ ସେଥିପ୍ରତି ଗୁରୁତ୍ୱ ଦେବାକୁ ସଚେତନ କରାଇଥିଲେ।