ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ କରୋନା ସମୟରେ ଜନସେବା ପାଇଁ ଚକ୍ରୋଡା ସରପଂଚଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କୋଭିଡ -୧୯ ସମୟରେ ଜନତାଙ୍କୁ ସଚେତନ କରାଇବା, କୋଭିଡ ସଂକ୍ରମଣକୁ ରୋକିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଓ ସାଧାରଣ ଜନତାଙ୍କ ସୁରକ୍ଷା ପାଇଁ ନିଷ୍ଠାର ସହିତ କାର୍ଯ୍ୟ କରିଥିବାରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ପଂଚାୟତର ସରପଂଚ ବସନ୍ତ କୁମାର ରାଉତଙ୍କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ୱିକୃତିପତ୍ର, ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି । ଏହି ସମ୍ବର୍ଦ୍ଧନା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଥିବା ଦେଖାଯାଇଛି । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଶ୍ରୀ ରାଉତଙ୍କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଦତ୍ତ ପ୍ରମାଣପତ୍ର, ଉତ୍ତରୀୟ ଓ ପୁଷ୍ପଗୁଛ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ