ବିଷମକଟକ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି

ରାୟଗଡ, (ଦୁର୍ଗା ପ୍ରସାଦ ପାଢ଼ୀ):ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ବିଷମକଟଜ ବ୍ଲକ ସଦର ମହକୁମାସ୍ଥିତ ଗିଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ବନଖଣ୍ଡିୟ ଅଧିକାରୀ ସଚିନ ଆନ୍ନା ସାହେବଓହୋଲ, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହତା, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ଅକ୍ଷଯ କୁମାର ଖେମୁଣ୍ଡୁ, ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଜିଲ୍ଲା ସ୍ୱାସ୍ଥ୍ୟ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଲଳିତ ମୋହନ ରାଉତରାୟ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ମୋଟ୩୯ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୩୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୦୪ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା , ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ବିଦ୍ୟୁତ ଯୋଗାଣ, ପିଡ଼ିଏସ ଯୋଗାଣ ଆଦି ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ପାଇବା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶିବିରରେ ତହସିଲଦାର, ବିଷମକଟଜ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ମୁନିଗୁଡାଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।ଅଭିଯୋଗ ଶୁଣାଣି ଶିବିରକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିଷମକଟକ ଶିବ ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ (ଗ୍ରୀଭାନ୍ସ) ସସ୍ମିତା ପଟ୍ଟନାୟକ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ