ବିଷ୍ଣୁଚକ୍ର କ୍ଳଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା

ବୁଗୁଡ଼ା, (ଅନିଲ କୁମାର ମହାରଣା):ବୁଗୁଡ଼ା ବ୍ଲକ ବିଷ୍ଣୁଚକ୍ର କ୍ଳଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଘୋଡାପଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୦୭/୦୨/୨୫ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ସନ୍ତୋଷ କୁମାର ଡାକୁଆଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ବେଳେ ଅତିଥି ଭାବେ ପୂର୍ବତନ ସିଆରସିସି ପ୍ରଭାକର ଗୌଡ଼, ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରମୋଦ କୁମାର ଜେନା ଯୋଗଦାନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ। ଏହି ମେଳାରେ କ୍ଳଷ୍ଟର ୧୦ ଗୋଟି ବିଦ୍ୟାଳୟର ଗାଇଡ଼ ଶିକ୍ଷକ/ଶିକ୍ଷୟିତ୍ରୀ ବୃନ୍ଦ ମଞ୍ଚାସିନ ଥିଲେ। ଅତିଥି ବୃନ୍ଦ ନୂତନ ଶିକ୍ଷାନୀତି ଅନୁଯାଇ କେବଳ ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତା ବୃଦ୍ଧି , ସେମାନଙ୍କ ସର୍ବାଙ୍ଗୀନ ବିକାଶ ବାର୍ତ୍ତା ପ୍ରଦାନ ଉଦ୍ଦେଶ୍ୟରେ ସରକାର ଏହି ଅଭିନବ ଯୋଜନା ଆରମ୍ଭ କରିଛନ୍ତି ବୋଲି ପ୍ରକାଶ କରିଥିଲେ। ପ୍ରଥମ, ଦ୍ବିତୀୟ ଓ ତୃତୀୟ ଶ୍ରେଣୀର ୧୦୦ ଜଣ ଛାତ୍ରଛାତ୍ରୀ, ୨୫ ଜଣ ଅଭିଭାବକ ଓ ୧୦ ଜଣ ଗାଇଡ ଶିକ୍ଷକ ଉପସ୍ଥିତ ଥିଲେ। ସମସ୍ତ ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ବାରା ଖାତା, ପେନ୍ ଓ ଛବିଳ ବର୍ଣ୍ଣବୋଧ ବହି ସମେତ ମାନପତ୍ର ପ୍ରଦାନ କରାଯାଇଥିଲା। ସହକାରୀ ଶିକ୍ଷକ ମୋହନ ପ୍ରଧାନ ଧନ୍ୟବାଦ ଅପର୍ଣ କରିଥିଲେ। ଘୋଡାପଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ