ବିଷ ପାନ କରି ମହିଳାଙ୍କ ମୃତ୍ୟୁ
ରାଇରଙ୍ଗପୁର,( ଅକ୍ଷୟ କୁମାର ବିଶ୍ୱାଳ): ବାଦାମ ପାହାଡ ଥାନା ଅନ୍ତର୍ଗତ ବିଜାତଳା ବ୍ଲକର ବଣକାଟୀ ପଞ୍ଚାୟତ ଉଦାଳିକୁଦର ଗ୍ରାମର ଛିତା ମୁର୍ମୁ(୫୫) କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ସୋମବାର ସଂଧ୍ୟାରେ ବିଷ ପାନ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ପରେ ଡାକ୍ତର ମୃତ ଘୋଷଣା କରିଥିଲେ । ଶୁକ୍ରବାର ଦିନ ଶବ ବ୍ୟବଚ୍ଛେଦ କରିବାପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି ।