ବି.କୋଟିବାଡ଼ି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନିପୁଣ ଓଡ଼ିଶା ମେଳା
ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ): ସୋରଡା ବ୍ଲକ୍ ଅନ୍ତର୍ଗତ ବି.କୋଟିବାଡ଼ି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନିପୁଣ ଓଡ଼ିଶା ମେଳା ପ୍ରଧାନ ଶିକ୍ଷକ ସନାତନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏଥିରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶିଳା ପାତ୍ର, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ କୁମାର ମଣ୍ଡଳ ଏବଂ ସମ୍ମାନିତ ଅତିଥି ଭାବେ ଗେଞ୍ଜା ପ୍ରଧାନ ଶିକ୍ଷକ ଅର୍ଶୁଲ ସେଠୀ, ବିପଦ ବନ୍ଧୁ ବେହେରା ମଞ୍ଚାସୀନ ହୋଇ ଛାତ୍ରଛାତ୍ରୀଙ୍କୁ ସାକ୍ଷରତା ଜ୍ଞାନ ଏବଂ ଉତ୍ତମ ପାଠ ପଢ଼ା ନେଇ ଦିଗ୍ଦର୍ଶନ ଦେଇଥିଲେ I ଦଶମ ଶ୍ରେଣୀ ଛାତ୍ରୀ ରୋଜି ଗୌଡ଼ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବା ବେଳେ ସଂସ୍କୃତ ଶିକ୍ଷକ ଶ୍ୟାମଘନ ଗୌଡ଼ ବେଦମନ୍ତ୍ର ପାଠ କରିଥିଲେ I ସିଆରସିସି କାହ୍ନୁ ଚରଣ ପ୍ରଧାନ ସ୍ୱାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ I ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନ ଶୃଙ୍ଖଳା ଜ୍ଞାନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ I ଉପସ୍ଥିତ ଅତିଥି ମାନେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଶିକ୍ଷକ ଶ୍ୟାମଘନ ଗୌଡ଼ ଏବଂ ଗଙ୍ଗାଧର ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ I କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ I ଶିକ୍ଷକ ପ୍ରଦୀପ କୁମାର ପଣ୍ଡା ଧନ୍ୟବାଦ ଜ୍ଞାପନ କରିଥିଲେ.