ବି କୋଟିବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ
ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ସୋରଡା ବ୍ଳକ୍ ଅନ୍ତର୍ଗତ ବି କୋଟିବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ସନାତନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ କୋଟିବାଡ଼ି ସିଆରସିସି କାହ୍ନୁ ଚରଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମର ମହତ୍ତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ I ସଂସ୍କୃତ ଶିକ୍ଷକ ଶ୍ୟାମଘନ ଗୌଡ଼ ବେଦମନ୍ତ୍ର ପାଠ କରିଥିଲେ I କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଶିକ୍ଷକ ପ୍ରଦୀପ୍ କୁମାର ପଣ୍ଡା, ବିଜୟ କୁମାର ବେହେରା, ସମିର କୁମାର ଜେନା, ଜଗନ୍ନାଥ ମଲ୍ଲିକ , ମାମା ପ୍ରଧାନ, ଗୋଲକ ବିହାରୀ ପ୍ରଧାନ, ନୀଳାମ୍ବର ଖୂରା, ଝୁନା ପାଇକ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମନୋରଞ୍ଜନ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ I ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନ ହସ୍ତଶିଳ୍ପୀ ପ୍ରତିଭାକୁ ଜାଗ୍ରତ କରାଇଥାଏ ବୋଲି ପ୍ରକାଶ କରିଥିଲେ I ପ୍ରଦୀପ୍ କୁମାର ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ବିଦ୍ୟାଳୟର ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ I ଅତିଥିମାନେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା I ଶିକ୍ଷକ ଶ୍ୟାମଘନ ଗୌଡ଼ ଏବଂ ସମୀର ଜେନା ମଞ୍ଚ ପରିଚାଳନା କରିଥିବାବେଳେ ବିଜୟ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ I