ବୀରମିତ୍ରପୁର ପୌରାଞ୍ଚଳରେ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବାଣ୍ଟିଲେ ଉତ୍କଳ କେଶରୀ
କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲାରେ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ସେହି ଅନୁଯାଇ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୈାରାଞ୍ଚଳ ଗୁଡିକରେ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରାଯାଇଛି । ସୁନ୍ଦରଗଡ ଜିଲ୍ଲାର ବୀରମିତ୍ରପୁର ପୈାରାଞ୍ଚଳରେ ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ଅତିଥି ଭାବରେ ଯୋଗଦେଇ ସେହି ଯୋଜନାରେ ଲୋକମାନଙ୍କୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଶାରଦା ପ୍ରସାଦ ନାୟକ ଏବଂ ପ୍ରଭାରୀ ତଥା ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡେଇ ଉପସ୍ଥିତ ଥିଲେ ।


