ବୁଗୁଡ଼ାରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ୨୦୨୧ ପାଳିତ

ବୁଗୁଡା, (ଅନିଲ କୁମାର ମହାରଣା):ଡିସେମ୍ବର ୦୩ ତାରିଖ ଦିନ ଗଞ୍ଜାମ ଜିଲ୍ଲା ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ୨୦୨୧ ,ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଗୁଡା ଶ୍ରୀ ବିରଞ୍ଚିନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବୁଗୁଡା ଥାନା ଆରକ୍ଷୀ ନିରୀକ୍ଷକ ଚିତ୍ତରଞ୍ଜନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ବକ୍ତାଭାବେ ଏବଂ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ରବିନାରାୟଣ ବରିହା, ସିଆରସିସ ପ୍ରତାପ କୁମାର ଖଡଙ୍ଗା, ରାଜା କିଶୋର ଦାଶ ଓ ସନ୍ତୋଷ କୁମାର ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଆଇଆଇସି ଶ୍ରୀ ବେହେରା ବିଭିନ୍ନ ଦିବ୍ୟାଙ୍ଗମାନଙ୍କ ଉଚ୍ଚକୋଟୀର କାର୍ଯ୍ୟକଳାପ ବିଷୟ କକ୍ତବ୍ୟରେ ଉଲ୍ଲେଖ କରିବା ସହ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ। ମୁଖ୍ୟବକ୍ତା ଶ୍ରୀ ସେନାପତି ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଉନ୍ନତି ପାଇଁ ପିତାମାତା ଙ୍କ ସମେତ ସମାଜର ଗୁରୁ ଦାୟିତ୍ୱ ବିଷୟ ନେଇ ପ୍ରକାଶ କରିଥିଲେ। ଏହି ଅବସରରେ ବାର୍ଷିକ ପତ୍ରିକା ପ୍ରୟାସ ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ବୁଗୁଡା ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ସୋନାଲିନ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସରେ ୫୦ ଜଣ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଓ ୫୦ ଜଣ ଅଭିଭାବକ ଯୋଗଦେଇଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, ସଙ୍ଗୀତ, ଓ ମ୍ୟୁଜିକାଲ ଚେୟାର ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଅନ୍ୟତମ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ଡାକୁଆ ଓ ସମସ୍ତ ଅନ୍ତଃନିବେଶୀ ଶିକ୍ଷା ସ୍ବେଚ୍ଛାସେବୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ