ବୁଗୁଡ଼ାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ୨୦୨୧ “

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ବୁଗୁଡା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ୨୦୨୧” କାର୍ଯ୍ୟକ୍ରମ ନଭେମ୍ବର ୧୧ ତାରିଖ ଦିନ ବୁଗୁଡା ଶ୍ରୀ ବିରଞ୍ଚିନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିଶୁ ମହୋତ୍ସବ କାର୍ଯ୍ୟକ୍ରମରେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ। ଉତ୍ସବ ଅନୁଷ୍ଠିତ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ରବିନାରାୟଣ ବରିହା ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅନ୍ତରପଡା ହାଇ ସ୍କୁଲ ପ୍ରଧାନ ଶିକ୍ଷକ କୃତ୍ତିବାସ ପଟ୍ଟନାୟକ ଯୋଗଦେଇଥିଲେ। ଏହି ଶିଶୁ ମହୋତ୍ସବ “ସୁରଭି”ର ମୁଖ୍ୟ ଉଦେଶ୍ୟ ହେଲା ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ରହିଥିବା ଲୁକ୍କାୟିତ ପ୍ରତିଭାକୁ ବିକଶିତ କରିବା। ଏହି ଉତ୍ସବରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକୃତା, ପ୍ରବନ୍ଧ, ସ୍ଲୋଗାନ, ଚିତ୍ରାଙ୍କନ, ଓ ଦଳଗତ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରି କୃତ୍ତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ବୃନ୍ଦ ଜିଲ୍ଲା ସ୍ତରରେ ଅନୁଷ୍ଠିତ ହେବାକୁ ଥିବା ସୁରଭି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ। କାର୍ଯ୍ୟକ୍ରମ ପରିଚାଳନାରେ ବ୍ଲକର ସମସ୍ତ ସିଆରସିସି ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ