ବୁଗୁଡା ଏନଏସିରେ ବିଧାୟକଙ୍କ ସମୀକ୍ଷା ବୈଠକ

ବୁଗୁଡା, (ଅନିଲ କୁମାର ମହାରଣା):ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ଶ୍ରୀକାନ୍ତ ସାହୁ ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିବା ଜଣାପଡ଼ିଛି। ଜୁନ ୨ ତାରିଖ ଦିନ ଏନଏସି ସଭା ଗୃହରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବିଧାୟକ ଶ୍ରୀ ସାହୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ବିଷୟ ଓ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ବିଷୟରେ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମୀ ରଞ୍ଜନ ଦାଶଙ୍କୁ ପଚାରିଥିଲେ। ଜନସାଧାରଣଙ୍କ ଅଭାବ ଅସୁବିଧା ବିଷୟ ନେଇ ମଧ୍ୟ ଆଲୋଚନା କରିଥିଲେ। ଏହି ବୈଠକରେ ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ, କାଉନସିଲର ବୃନ୍ଦ, ସୁଧାଂଶୁ ଶେଖର ପାଢ଼ୀ, କେ.ତ୍ରିଲୋଚନ ଦୋରା, ସାଂସଦ ପ୍ରତିନିଧି ଇଂ ବସନ୍ତ କୁମାର ଦଳାଇଙ୍କ ସମେତ ବହୁ ଜନସାଧାରଣ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ