ବୁଗୁଡା ଏନଏସିରେ ସ୍ୱାୟତ ଶାସନ ଦିବସ ପାଳନ

ବୁଗୁଡା,(ୱାଏନଏସ): ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ ଶାସନ ଦିବସ ଅଗଷ୍ଟ ୩୧ ତାରିଖ ଦିନ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ସକାଳ ସମୟରେ ରାମଧୂନ ସହ ସହର ପରିକ୍ରମା କରାଯାଇଥିଲା। ଏହାପରେ ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ ପତାକା ଉତ୍ତୋଳନ କରିଥିଲେ। ଅଧ୍ୟକ୍ଷ ଶ୍ରୀ ପ୍ରଧାନ, ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ, କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୂତି ଭୂଷଣ ବେହେରା, ପୂର୍ବତନ କାଉନସିଲର ସୁଧାଂଶୁ ଶେଖର ପାଢ଼ୀ ପ୍ରମୁଖ ଏନଏସିର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ କହିବା ସହ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ କାଉନସିଲର, ସମସ୍ତ କର୍ମଚାରୀ ଓ ଜନସାଧାରଣ ଉପସ୍ଥିତ ଥିଲେ। ଏହାପରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ, ମେଡ଼ିକାଲରେ ରୋଗୀଙ୍କୁ ଫଳ ବଣ୍ଟନ, ଶ୍ରୀ ବଳଦେବ ଜୀଉ ମନ୍ଦିର ପ୍ରାଙ୍ଗଣରେ ଗରିବ ଲୋକମାନଙ୍କୁ ବସ୍ତ୍ର ବଣ୍ଟନ କରାଯାଇଥିଲା। ଏହି ଅବସରରେ ଓଡିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ଏନଏସିର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ