ବୁଗୁଡା ବନାଞ୍ଚଳରେ ସ୍ୱାସ୍ଥ୍ୟ ସେବା ଶିବିର

ବୁଗୁଡା, (ଅନିଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡା ବନାଞ୍ଚଳ କାର୍ଯ୍ୟାଳୟ ପରିସରରେ ସ୍ୱାସ୍ଥ୍ୟ ସେବା ଶିବିର ନଭେମ୍ବର ୧୫ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ସ୍ୱାସ୍ଥ୍ୟ ସେବା ଶିବିରକୁ ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଏନଏସି ଉପାଧ୍ୟକ୍ଷଙ୍କ ପ୍ରତିନିଧି ସୁଧାଂଶୁ ଶେଖର ପାଢ଼ୀ, ଇ.ମଦନ ଗୋପାଳ ଦୋରା ପ୍ରମୁଖ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ଅଭୟ ପ୍ରସାଦ ପାଣିଗ୍ରାହୀ, କେ.ତ୍ରିଲୋଚନ ଦୋରା, କେ.ନୀଳମାଧବ ଆଚାରୀ ପ୍ରମୁଖଙ୍କ ସମେତ ବହୁ ଜନସାଧାରଣ ଓ ସମସ୍ତ କର୍ମଚାରୀ ବୃନ୍ଦ ଯୋଗଦେଇ ଥିଲେ। କରୁଣା ଟ୍ରଷ୍ଟ ପରିଚାଳିତ ମାଣିତରା ସରକାରୀ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଡାକ୍ତର ଦୟାନିଧି ରାଉତ ଯୋଗଦେଇ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ