ବୁଗୁଡା ବସଷ୍ଟାଣ୍ଡରେ ନୂତନ ଦୋକାନ ଗୃହ ଉଦଘାଟନ

ବୁଗୁଡା (ଅନିଲ ମହାରଣା): ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ର ଶ୍ରୀ ବଳଦେବ ସ୍ୱାମୀ ବସଷ୍ଟାଣ୍ଡ ପରିସରରେ ନୂତନ ଭାବେ ନିର୍ମାଣ ହୋଇଥିବା ଦୋକାନ ଗୃହ ସେପ୍ଟେମ୍ବର ୧୭ ତାରିଖ ଦିନ ଉଦଘାଟିତ ହୋଇଯାଇଛି। ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନୂତନ ଦୋକାନ ଗୃହକୁ ଉଦଘାଟନ କରିଥିଲେ। ବୁଗୁଡା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନଏସି କନିଷ୍ଠ ଯନ୍ତ୍ରୀ, ପୂର୍ବତନ କାଉନସିଲର ସୁଧାଂଶୁ ଶେଖର ପାଢ଼ୀ, ପୂର୍ବତନ ଉପନଗରପାଳ ଚିତ୍ରସେନ ପ୍ରଧାନ, ବିଧାୟକଙ୍କ ପ୍ରତିନିଧି କେ.ତ୍ରିଲୋଚନ ଦୋରା, ଗଣେଶ ବଜାର ସଭାପତି ଡିଲେଶ୍ବର ପାତ୍ର ପ୍ରମୁଖ ବହୁ ମାନ୍ୟଗଣ୍ୟ ବକ୍ତିଙ୍କ ସମେତ ବହୁ ଜନସାଧାରଣ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ