ବୁଗୁଡା ବ୍ଲକରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୁଗୁଡା ବ୍ଲକରେ ଅକ୍ଟୋବର ୧୩ ତାରିଖ ଦିନ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପୋଲସରା ନିର୍ବାଚନ ମଣ୍ଡଳୀ ବିଜେଡ଼ିର ଏହି ଜନସମ୍ପର୍କ ପଦଯାତ୍ରାରେ ଯୋଗଦେଇଥିଲେ। ଜନସମ୍ପର୍କ ପଦଯାତ୍ରା ସମୟରେ ବିଭିନ୍ନ ଗ୍ରାମରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ଶ୍ରୀ ସାହୁ ନିଜ ବକ୍ତବ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛ ଶାସନ ଓ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଲୋକଙ୍କୁ ବୁଝାଇଥିଲେ।ଏଥିସହ ଅଞ୍ଚଳର ସମସ୍ୟା ବିଷୟ ନେଇ ଲୋକମାନଙ୍କ ସହ ଆଲୋଚନା କରିଥିଲେ। ବୁଗୁଡା ବ୍ଲକରେ ବିଜେଡ଼ିର ଜନସମ୍ପର୍କ ପଦଯାତ୍ରା ଅରଖପୁର ଗ୍ରାମରୁ ଆରମ୍ଭ ହୋଇ ମହୁଲପଲ୍ଲୀ, ବାଲିପଦର, ଅନ୍ତରପଡା, ବକସିପଲ୍ଲୀ, ଚଢ଼ିଆପଲ୍ଲୀ, ଭାମଶ୍ୟାଳି ପ୍ରଭୃତି ଗ୍ରାମରେ ପଦଯାତ୍ରା ଅନୁଷ୍ଠିତ ହୋଇ ଶେଷରେ ଗୋଲିଆ ଗ୍ରାମରେ ସମାପ୍ତ ହୋଇଥିଲା। ଏହି ଜନସମ୍ପର୍କ ପଦଯାତ୍ରାରେ ମନ୍ତ୍ରୀଙ୍କ ସହ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ବୁଗୁଡା ବ୍ଲକ ସଭାପତି ମଦନ ଗୋପାଳ ଦୋରା, ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟା ସମିତା ସ୍ବାଇଁ, ଜିଲ୍ଲା ବିଜେଡି ସମ୍ପାଦକ ସୁଧାଂଶୁ ଶେଖର ପାଢ଼ୀ, ସାଂସଦ ପ୍ରତିନିଧି କବିରାଜ ଗୌଡ଼, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ବେହେରା, ନିର୍ବାଚନ ମଣ୍ତଳୀ ଯୁବ ବିଜେଡି ସଭାପତି ସୁଶାନ୍ତ କୁମାର ପୋଲାଇ, ଉପସଭାପତି ଏ.ଚନ୍ଦନ ଚର୍ଚ୍ଚିତ ପାତ୍ର, ବୁଗୁଡା ଏନଏସି ବିଜେଡି ସଭାପତି କେ.ତ୍ରିଲୋଚନ ଦୋରା, ମନୋରଞ୍ଜନ ଦାଶ, ଜିଲ୍ଲା ଛାତ୍ର ବିଜେଡି ଉପସଭାପତି ହରପ୍ରସାଦ ମହାପାତ୍ରଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ଏହି ଜନସମ୍ପର୍କ ପଦଯାତ୍ରାରେ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ