ବୁଗୁଡା ବ୍ଲକରେ ଭତ୍ତା ବଣ୍ଟନ ଉତ୍ସବ
ବୁଗୁଡା : ବୁଗୁଡା ପଞ୍ଚାୟତ ସମିତି ପକ୍ଷରୁ ଭତ୍ତା ବଣ୍ଟନ ଉତ୍ସବ ରବିବାର ଦିନ ବୁଗୁଡା ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୮୫୯ ଜଣ ବୃଦ୍ଧ, ବୃଦ୍ଧା, ବିଧବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଭତ୍ତା ଓ ଦୁଇ ଜଣ ଭିନ୍ନକ୍ଷମଙ୍କୁ ହୁଇଲ ଚେୟାର ବଣ୍ଟନ କରିଥିଲେ।ଏଥିରେ ବୁଗୁଡା ବିଡ଼ିଓ ତନ୍ମୟ ପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ, ଜିଲ୍ଲା ପରିଷଦ ସଭ୍ୟ ରେବତୀ ମୋହନ ନାୟକ, ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ଵରୀ ଖଟେଇ ଯୋଗଦେଇଥିଲେ। ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ସୁପ୍ରିୟା ତ୍ରିପାଠୀ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ସଭ୍ୟା ଓ ସମସ୍ତ ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।