ବୁଗୁଡା ବ୍ଲକର ଦୁଇ ବିଦ୍ୟାଳୟରେ ପୋଷାକ ବିତରଣ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ମୋଟାବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ବୃନ୍ଦାବନପଲ୍ଲୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଡିସେମ୍ବର ୨୨ ତାରିଖ ଦିନ ପୋଷାକ ଓ ଜୋତା ବିତରଣ ମେଳା ଅନୁଷ୍ଠିତ ହୋଇଯାଇଛି। ମୋଟବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ମେଳାରେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ନିର୍ମଳା ନାୟକ, ସମିତି ସଭ୍ୟା ସୁନିତା ପ୍ରଧାନ, ଏସଏମସି ସଭାପତି ଉପେନ୍ଦ୍ର ପ୍ରଧାନ, ସିଆରସିସି ରାଜା କିଶୋର ଦାଶ, ଓ ସୋରଡ଼ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ପାତ୍ର ଯୋଗଦେଇଥିଲେ। ଅତିଥିବୃନ୍ଦ ୨୧୭ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ ବଣ୍ଟନ କରି ଉତ୍ତମ ନାଗରିକ ହେବାକୁ ପରାମର୍ଶ ପ୍ରଦାନ କରିଥିଲେ। ଶିକ୍ଷକ ଗୋକୁଳାନନ୍ଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ବୃନ୍ଦାବନପଲ୍ଲୀ ପ୍ରଥାମିକ ବିଦ୍ୟାଳୟରେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୋଷାକ ଓ ଜୋତା ବଣ୍ଟନ ମେଳାକୁ ଉଦଘାଟନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ସ୍ବର୍ଣ୍ଣଲତା ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି କର୍ଯ୍ୟକ୍ରମରେ ଏସଏମସି ସଭାନେତ୍ରୀ ସୁଲତା ପ୍ରଧାନ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ।ସହକାରୀ ଶିକ୍ଷକ ସୁରେନ୍ଦ୍ର ଜେନା ସଂଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ କଳ୍ପନା ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ