ବୁଦ୍ଧଖୋଲ ଇକୋ ପାର୍କ ପାଇଁ ଭିତିପ୍ରସ୍ତର ସ୍ଥାପନ
ବୁଗୁଡା – ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନ କ୍ଷେତ୍ର ବୁଦ୍ଧଖୋଲର ପାଦ ଦେଶରେ ଇକୋ ପାର୍କ ନିର୍ମାଣ ପାଇଁ ଶନିବାର ଦିନ ଭିତିପ୍ରସ୍ତର ସ୍ଥାପନ ହୋଇଯାଇଛି।ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମି କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଇକୋ ପାର୍କ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ।ଏହି କ।ର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଆସିକା ସାଂସଦ ପ୍ରମିଳା ବିଷୋୟୀ ଓ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ଵାଇଁ, ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେହୁରା,ବୁଗୁଡା ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା ଙ୍କ ସମେତ ବନବିଭାଗ କର୍ମଚାରୀ, ବୁଦ୍ଧଖୋଲ ଉନ୍ନୟନ ସମିତି କର୍ମକର୍ତ୍ତା ଓ ବହୁ ଜନସାଧାରଣ ଉପସ୍ଥିତ ଥିଲେ।


