ବୁଦ୍ଧଖୋଲ ମହୋତ୍ସବ ଜାନୁଆରୀ ୨୭, ୨୮ ଓ ୨୯

ବୁଗୁଡା, (ଅନିଲ କୁମାର ମହାରଣା):ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତଥା ଶୈବ ପୀଠ ବୁଦ୍ଧଖୋଲ ପାଦଦେଶରେ ଚଳିତ ବର୍ଷ ଜାନୁଆରୀ ୨୭, ୨୮ ଓ ୨୯ ତାରିଖ ତିନିଦିନ ପାଇଁ ବୁଦ୍ଧଖୋଲ ମହୋତ୍ସବ ଅନୁଷ୍ଠିତ ହେବ। ସେଥିପାଇଁ ଜାନୁଆରୀ ୧୮ ତାରିଖ ଦିନ ମହୋତ୍ସବ କମିଟିର ଅନ୍ତିମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟିର ସଭାପତି ତଥା ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ବୁଦ୍ଧଖୋଲ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଥିଲା। ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ବଣ୍ଟନ ହୋଇଥିବା ଦାୟିତ୍ୱ ସୁଚାରୁଭାବେ ପରିଚାଳନା କରିବା ସହ ସମସ୍ତ ସଦସ୍ୟ ସହଯୋଗ କରିବାକୁ ମନ୍ତ୍ରୀ ଶ୍ରୀ ସାହୁ ନିବେଦନ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବୁଗୁଡା ପୋଲିସ ଆଇଆଇସି ଚିତ୍ତରଞ୍ଜନ ବେହେରା, ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ଧରଣୀଧର ପଣ୍ଡା, ସାଧାରଣ ସମ୍ପାଦକ ସୁରେଶ ଚନ୍ଦ୍ର ଦାସ, କାର୍ଯ୍ୟକାରୀ ସମ୍ପାଦକ ମନୋଜ କୁମାର ମହାନ୍ତି, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି କେ.ନୀଳମାଧବ ଆଚାରୀ, କବିରାଜ ଗୌଡ଼, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, କେ.ତ୍ରିଲୋଚନ ଦୋରା, ରାମଚନ୍ଦ୍ର ନାୟକ ପ୍ରମୁଖଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ