ବୃତ୍ତି ପରୀକ୍ଷା ଭାଗନେଲେ ୩୬୬ ଛାତ୍ରଛାତ୍ରୀ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷା କାର୍ଯ୍ଯାଳୟର ପ୍ରତ୍ଯକ୍ଷ ତତ୍ତ୍ୱାବଧାନରେ ବୁଧବାର ତୃତୀୟ ଏବଂ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି।ଦିଗପହଣ୍ଡି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଠାରେ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ୯୫ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ୮୯ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।ସେହିଭଳି ବଡଖେମୁଣ୍ଡି ହାଇସ୍କୁଲ ପରୀକ୍ଷା କେନ୍ଦ୍ର ଠାରେ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ୯୯ ଜଣ ଛାତ୍ରଛାତ୍ରୀ ଏବଂ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ୮୩ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ତଥା ସହ ଗୋଷ୍ଠୀ ଅଧିକାରୀ ବାଳା ମାଝୀ ଅନ୍ୟତମ ସହ ଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ ଏବଂ ବିଶ୍ରବା ପାଇକ ପରୀକ୍ଷା ପରିଚାଳନା ତଦାରଖ କରିଥିବା ବେଳେ ସଂପୃକ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଶୃଙ୍ଖଳିତ ପରୀକ୍ଷା ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ