ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

କଟକ : କଟକ ମଧୁପାଟଣା ଥାନା ବେଲେଶ୍ୱର ଗାଁର ଏକ ଘରୁ ଗୁରୁବାର ବିଳମ୍ବିତ ରାତିରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ୍‌ । ସେମାନଙ୍କ ଶରୀରରେ ଗଭୀର କ୍ଷତ ଚିହ୍ନ ରହିଛି । ସେମାନଙ୍କୁ କୌଣସି ଧାରୁଆ ଅସ୍ତ୍ରରେ ଗଳା କାଟି ହତ୍ୟା କରାଯାଇଥିବା ପୁଲିସ୍‌ ସନ୍ଦେହ କରୁଛି । ଖବର ପାଇ କଟକ ଡିସିପିଙ୍କ ସମେତ ଅନ୍ୟ ବରିଷ୍ଠ ପୁଲିସ୍‌ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବା ସହିତ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲେ । ଘରଟିକୁ ସିଲ୍‌ କରି ଦିଆଯାଇଥିବା ବେଳେ ପୁଲିସ୍‌ ମୁତୟନ ହୋଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ