ବେଠିଆବୋରଦା ପ୍ରାଥମିକ ସ୍କୁଲର ବର୍ଷିକୋତ୍ସବ

ବୁଗୁଡା,(ଯୁଗାବ୍ଦ ନ୍ୟୁଜ୍‌): ବୁଗୁଡା ବ୍ଲକ ଅନ୍ତର୍ଗତ ବେଠିଆବୋରଦା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଥିଲା। ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା ଉତ୍ସବକୁ ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବୁଗୁଡା ବିଡ଼ିଓ ତନ୍ମୟ ପାତ୍ର, ମୁଖ୍ୟବକ୍ତା ଭାବେ ତାଳସାକର ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଗୌରୀଶଙ୍କର ମିଶ୍ର ଏବଂ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ଵରୀ ଖଟେଇ, ଏବିଇଓ ଦ୍ବୟ ପୀତାମ୍ବର ବିଷୋୟୀ ଓ ପ୍ରମୋଦ ଚନ୍ଦ୍ର ସେନାପତି, ପୁର୍ବତନ ଜିଲ୍ଲା ପରିଷଦ ସଭ୍ୟ ଖଦାଳ ଖଟେଇ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବିଶ୍ୱାଳ ଅଧ୍ୟକ୍ଷତା କରିଥିବା ବେଳେ ସିଆରସିସି ମନୋଜ ସେଠୀ ସଂଯୋଜନା କରଥିଲେ। ଅତିଥି ବୃନ୍ଦ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ସାସ୍କୃତିକ କାର‌୍ୟ୍ୟକ୍ରମ ପରିବେଷିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ