ବେଠିଆ ବୋରଦା ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ବେଠିଆ ବୋରଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଡିସେମ୍ବର ୦୩ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ମୁଖ୍ୟ ଅତିଥି ଭାବେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଖଦାଳ ଖଟେଇ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ମିଶ୍ର, କବି ଅନନ୍ତ କର, ଅବସରପ୍ରାପ୍ତ ଶିକ୍ଷକ ରମେଶ ଚନ୍ଦ୍ର ଆଲଟିଆ ଓ ସିଆରସିସ ପ୍ରତାପ କୁମାର ଖଡଙ୍ଗା ଯୋଗଦେଇଥିଲେ। ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏବିଇଓ ଶ୍ରୀ ସେନାପତି ଓ ଅବସରପ୍ରାପ୍ତ ଶିକ୍ଷକ ରମେଶ ଚନ୍ଦ୍ର ଆଲଟିଆଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଅତିଥି ବୃନ୍ଦଙ୍କ ଦ୍ୱାରା ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଏସଏମସି ସଭାପତି ଓ ସଦସ୍ୟ ସଦସ୍ୟା ବୃନ୍ଦ ସହକାରୀ ଶିକ୍ଷକ ନୀଳାଦ୍ରି ବିହାରୀ ପ୍ରଧାନ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ