ବେଲଗୁଣ୍ଠାରେ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା : ପରୀକ୍ଷା ଦେଲେ 175 ଛାତ୍ରଛାତ୍ରୀ

ଗାଙ୍ଗପୁର, (ସନ୍ତୋଷ ବିଶୋଇ) :ଛାତ୍ରଛାତ୍ରୀଙ୍କ ଗଣିତ କ୍ଷେତ୍ରରେ ଥିବା ପ୍ରତିଭାକୁ ଲୋକ ଲୋଚନକୁ ଆଣିବା ପାଇଁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ସାରା ରାଜ୍ୟରେ ଆଜି ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଗଞ୍ଜାମ ଜିଲ୍ଳା ବେଲଗୁଣ୍ଠା ବ୍ଳକ୍ ର ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟ ପରିସରରେ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି I ଏହି କେନ୍ଦ୍ରରେ ଷଷ୍ଠ ଶ୍ରେଣୀର 73 ଏବଂ ନବମ ଶ୍ରେଣୀର 102 ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି I ସମସ୍ତ କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷୟିତ୍ରୀ ତଥା କେନ୍ଦ୍ର ଅଧୀକ୍ଷକ ନିବେଦିତା ପାଲକ ଏବଂ ଡେପୁଟି ସୁପରିଟେଣ୍ଡେଣ୍ଟ ଦିପ୍ତିମୟୀ ସୁବୁଦ୍ଧି ତଦାରଖ କରିଥିବା ବେଳେ ସମସ୍ତ ଶିକ୍ଷକ ,ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ସମସ୍ତ କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ କୋଭିଡ ମାର୍ଗଦର୍ଶିକାର ଅନୁପାଳନରେ ଅନୁଷ୍ଠିତ ହୋଇଥିଲା I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ