ବେଲଗୁଣ୍ଠାରେ ବ୍ଳକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧
ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ଆଜି ବେଲଗୁଣ୍ଠା ସ୍ଥିତ ଘୁମୁସୁର ବୈଷୟିକ ଉଚ୍ଚ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଳକ୍ ସ୍ତରୀୟ ଶିଶୁ ମହୋତ୍ସବ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି I ଗତ ବର୍ଷ କରୋନା କଟକଣା ଯୋଗୁଁ ଏହି କାର୍ଯ୍ୟକ୍ରମ ବନ୍ଦ ରହିଥିଲା I ପ୍ରତିବର୍ଷ ମହୋତ୍ସବରେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରୁଥିବା ବେଳେ ଚଳିତ ବର୍ଷ କେବଳ ଅଷ୍ଟମରୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ I ଆଜିର କାର୍ଯ୍ୟକ୍ରମକୁ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ଯୋଗଦେଇ ଉଦ୍ଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଧୀର କୁମାର ସାହୁ ଉପସ୍ଥିତ ଥିଲେ I ସମସ୍ତ କାର୍ଯ୍ୟକ୍ରମକୁ ବେଲଗୁଣ୍ଠା ବ୍ଳକ୍ ପ୍ରାଥମିକ ଶିକ୍ଷକ ସଂଘ ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନେ ପରି ଚାଳନା କରିଥିଲେ I ସହକାରୀ ଶିକ୍ଷୟିତ୍ରୀ ନିବେଦିତା ପାଲକ ଧନ୍ୟାବାଦ ଅର୍ପଣ କରିଥିଲେ I