ବେଲଗୁଣ୍ଠା ତହସିଲ ଏବଂ ବ୍ଳକ୍ କାର୍ଯ୍ୟାଳୟରେ ବୃକ୍ଷରୋପଣ

ବେଲଗୁଣ୍ଠା, (ସନ୍ତୋଷ ବିଷୋୟୀ):ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ନିତାନ୍ତ ଜରୁରୀ I ଏହି ପରିପ୍ରେକ୍ଷୀରେ ଆଜି ବେଲଗୁଣ୍ଠା ତହସିଲ ଏବଂ ବ୍ଳକ୍ କାର୍ଯ୍ୟାଳୟ ପରିସରରେ ବହୁ ଔଷଧୀୟ ଏବଂ ମୂଲ୍ୟବାନ ଚାରା ରୋପଣ କରାଯାଇଛି I ଆଜିର କାର୍ଯ୍ୟକ୍ରମରେ ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର ଧରଣୀ ଧର ବେହେରା, ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ରାକେଶ କୁମାର ପାତ୍ର ,ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶି ଭୂଷଣ ମହାପାତ୍ର ଯୋଗ ଦେଇ ତହସିଲ୍ ଏବଂ ବ୍ଳକ୍ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ ରୋପଣ କରିଥିଲେ I ଏହି ଅବସରରେ ଉପଜିଲ୍ଲାପାଳ ଶ୍ରୀ ମିଞ୍ଜ୍ ବୃକ୍ଷରୋପଣର ମହତ୍ତ୍ୱ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ I ଏହି କାର୍ଯ୍ୟକ୍ରମରେ ମୁକ୍ତା ଟିମ୍ ର ସଦସ୍ୟମାନେ ପୂର୍ଣ୍ଣ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ