ବେଲଗୁଣ୍ଠା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବଡଦାଣ୍ଡ ସ୍ଥିତ ସାଂସ୍କୃତିକ ମଣ୍ଡପରେ ଶିକ୍ଷା ସମିତି ଓଡ଼ିଶା ଦ୍ୱାରା ପରିଚାଳିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଚତୂର୍ଦ୍ଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରବୀନ୍ଦ୍ରନାଥ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ନଗରପାଳ ଫିରୋଜ କୁମାର ସେଠୀ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଭଞ୍ଜନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଅବସରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ବୃନ୍ଦାବନ ପାଣିଗ୍ରାହୀ ଶର୍ମା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ କଠିନ ପରିଶ୍ରମ କରି ଶିକ୍ଷା ଅର୍ଜନ କରିବା ପାଇଁ ଉପଦେଶ ଦେଇଥିଲେ I ସେହିପରି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା, ଶିକ୍ଷାବିତ୍ ପଦ୍ମନାଭ ପ୍ରଧାନ, ସାଧୁ ସରସ୍ୱତୀ ଶ୍ରଦ୍ଧାନନ୍ଦ ମହାରାଜ,ପରିଚାଳନା ମଣ୍ଡଳୀ ସଦସ୍ୟ ଗୀତାଞ୍ଜଳି ସେଠୀ, ସସ୍ମିତା ପାତ୍ର, ସାଇ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ମଧୁସୂଦନ ମହାପାତ୍ରଙ୍କ ସମେତ ସମସ୍ତ କାଉନସିଲର୍ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I ଅନୁଷ୍ଠାନ ସମ୍ପାଦକ ପବିତ୍ର କୁମାର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଗୁରୁଜୀ ପବିତ୍ର କୁମାର ତ୍ରିପାଠୀ ବାର୍ଷିକ ବିବରଣୀ ପାଠ କରିଥିଲେ । କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ