ବେଲଗୁଣ୍ଠା ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟରେ ନୂତନ ଛାତ୍ର ଛାତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ଅଶୋକ କୁମାର ପ୍ରଧାନ, ଡକ୍ଟର୍ ପ୍ରଫୁଲ୍ଲ କୁମାର ଜେନା,ସପନ କୁମାର ପ୍ରଧାନ ଏବଂ ଅଧ୍ୟାପିକା ପିଙ୍କି ପାତ୍ର ପ୍ରମୁଖ ମଞ୍ଚାସୀନ ରହି ନୂତନ ଛାତ୍ର ଛାତ୍ରୀଙ୍କୁ ଜୀବନର ଲକ୍ଷ୍ଯ ହାସଲ ପାଇଁ ବିଭିନ୍ନ ଉପଦେଶ ପ୍ରଦାନ କରିଥିଲେ I କାର୍ଯ୍ୟକ୍ରମରେ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରୀ ରୂପା ଓ ସୁଜନା ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବାବେଳେ ଅଧ୍ୟାପକ ସପନ କୁମାର ପ୍ରଧାନ ସ୍ୱାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ I କାର୍ଯ୍ୟକ୍ରମ ପରିଚାଳନାରେ ଯୁକ୍ତ ତିନି ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ର ଛାତ୍ରୀ ମାନେ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ