ବେଲପୁର ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ
ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଳକ ଅନ୍ତର୍ଗତ ବେଲପୁର ଗ୍ରାମର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ବିଦ୍ୟାଳୟରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହି ନିର୍ଦ୍ଦେଶ କ୍ରମେ ବେଲପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ପଣ୍ଡା ଲୋଗୋ ଉନ୍ମୋଚନ କରିଥିଲେ । ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ଗୋମତି ପ୍ରିୟା ପାତ୍ର, ରମାକାନ୍ତ ବେହେରା, ବନିତା ସେଠୀ ନିରାକାର ପ୍ରଧାନ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଅବସର ରେ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା ।


