ବେସରକାରୀ ଅନୁଦାନ ଓ ଅଣ ଅନୁଦାନ ଶିକ୍ଷକ ଏବଂ ଅଣ ଶିକ୍ଷକ କର୍ମଚାରୀ ସଂଘର ବିଧାନସଭା ଘେରାଉ
ଭୁବନେଶ୍ୱର : ସରକାର ସମସ୍ୟା ସମାଧାନ କରିନଥିବାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣ ଅନୁଦାନ ଶିକ୍ଷକ ଏବଂ ଅଣ ଶିକ୍ଷକ କର୍ମଚାରୀ ସଂଘ । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି । ସଂଘ ପକ୍ଷରୁ କୁହାଯାଇଛି ଯେ, ମାସକୁ ମାତ୍ର ଦୁଇରୁ ତିନି ହଜାର ଟଙ୍କା ଦରମା ପାଇ କାମ କରୁଛନ୍ତି । ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଆମ୍ଭେ ବିଭିନ୍ନ ମହାବିଦ୍ୟାଳୟ ଦ୍ୱାରା ନିଯୁକ୍ତି ପାଇଛୁ । ଓଡ଼ିଶାର ପ୍ରାୟ ୩ ଶହ ମହାବିଦ୍ୟାଳୟର ୩ହଜାର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ସ୍ୱଳ୍ପ ବେତନରେ ଦୀର୍ଘ ୧୧ବର୍ଷ ହେଲା କାର୍ଯ୍ୟ କରି ଆସୁଛନ୍ତି । ସରକାରଙ୍କ ନିୟମ ଅନୁଯାୟୀ ୭ଘଣ୍ଟା କାର୍ଯ୍ୟ କରିବା ସହ ବାୟାମେଟ୍ରିକ୍ ଦେଉଅଛୁ । ଏଥି ସହ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ସ୍ଥାୟିତ୍ୱ ପାଇଁ ରାଜ୍ୟ ସରକାରଙ୍କୁ ତାଲିକା ପ୍ରଦାନ କରାଯାଇଛି । ଅଥଚ ସରକାର ଏମାନଙ୍କ ସମସ୍ୟା ପ୍ରତି ଅବଗତ ଥିଲେ ମଧ୍ୟ ଉଚ୍ଚ ଶିକ୍ଷା ନିର୍ଦ୍ଦେଶାଳୟ ଏମାନଙ୍କୁ ସରକାର ଅନ୍ତର୍ଭୁକ୍ତ କରିନାହଁନ୍ତି । ୧ ଜୁନ୍ ୨୦୦୮ ମସିହାରୁ ୩୦ନଭେମ୍ବର ୨୦୧୩ ପର୍ଯ୍ୟନ୍ତ ସରକାରୀ ଅନ୍ତର୍ଭୁକ୍ତ ହୋଇନଥିବା ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ସରକାରୀ ଅନ୍ତର୍ଭୁକ୍ତ କରିବା, ଚାକିରୀ ସର୍ତ୍ତାବଳୀ ସହିତ ପୂର୍ଣ୍ଣ ଅନୁଦାନ ଦ