ବୈଜୟନ୍ତ ହେଲେ ବିଜେପି ର ରାଷ୍ଟ୍ରୀୟ ଉପସଭାପତି  

ବିଜେପିରେ ଯୋଗଦେଇଥିବା କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ନୂଆ ଦାୟିତ୍ୱ। ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଏହାଛଡ଼ା ଦଳର ରାଷ୍ଟ୍ରୀୟ ମୁଖପାତ୍ର ଭାବେ ମଧ୍ୟ ତାଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ଗତ ୪ ତାରିଖରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଇଥିଲେ ଶ୍ରୀ ପଣ୍ଡା। ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶା ପ୍ରଭାରୀ ଅରୁଣ ସିଂହ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଓ ବିଜେପି ବିଧାୟକ ଦଳ ନେତା କନକବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗଦେଇଥିଲେ।
ବୈଜୟନ୍ତ କେନ୍ଦ୍ରାପଡ଼ାରୁ ଦୁଇ ଦୁଇଥର ସାଂସଦ ଥିଲେ। ତା ପୂର୍ବରୁ ଦୁଇଥର ରାଜ୍ୟସଭା ସାଂସଦ ଭାବେ ମଧ୍ୟ ତାଙ୍କର ସଫଳ ଅଭିଜ୍ଞତା ରହିଛି। ଏହାବ୍ୟତୀତ ‘ହେଇଯାଉ’ ଓ ଅନ୍ୟାନ୍ୟ କାର‌୍ୟ୍ୟକ୍ରମ ମାଧ୍ୟମରେ କ୍ରମାଗତ ଭାବେ ସେ ଲୋକଙ୍କ ସହ ଯୋଡ଼ି ହୋଇ ରହିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ