ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବୋଡ଼େନ,(ଡୋଲେଶ୍ୱର ବାଗ):ବୋଡ଼େନ ବ୍ଲକରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଜି ଆର୍ ରେଡ୍ଡୀ ରାଘବେନ୍ଦ୍ର ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ ,ବ୍ଲକ୍ ଅଧ୍ୟକ୍ଷା ପ୍ରେମଶିଳା ନାଗ ,ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ମନୋଜ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ 73 ଗୋଟି ବ୍ୟକ୍ତିଗତ ଓ 8 ଟି ଗୋଷ୍ଠିଗତ ଏଭଳି ମୋଟ 81 ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ଅସହାୟ ମହିଳା ରଞ୍ଜିତା ଦଣ୍ଡସେନାଙ୍କୁ 5 ହଜାର ଟଙ୍କା ରେଡ୍ କ୍ରସ୍ ସହାୟତା ପ୍ରଦାନ କରାଯାଇ ଥିଲା lବିଡ଼ିଓ ସୁଶାନ୍ତ କୁମାର ରଣା , ତହସିଲଦାର ଅନସୂୟା ବାଗଦେବୀ,ଡେପୁଟୀ କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ଅଭିଯୋଗ ଶିବିର ଉପଲକ୍ଷେ ବ୍ଲକ୍ ରେ ଗୋଟିଏ ସ୍ଵାସ୍ଥ୍ୟ ଶିବିର ଆୟୋଜନ କରା ଯାଇଥିଲା । ସେହିପରି ସ୍ଥାନୀୟ ଡାକ୍ତରଖାନାରେ ଗୋଟିଏ ରକ୍ତଦାନ ଶିବିର ଆୟୋଜନ କରାଯାଇ ଥିଲା l ଅଭିଯୋଗକାରୀ ମାନଙ୍କ ପାଇଁ ଛାୟା, ଚୌକି ଓ ପାନୀୟ ଜଳର ବନ୍ଦୋବସ୍ତ ହୋଇଥିଲା । ଏହି ଅବସରରେ କର୍ଲାକୋଟ ଗାଁରେ ଗୃହପାଳିତ ପଶୁ ପକ୍ଷୀ ମାନଙ୍କ ଚିକିତ୍ସା ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୋଟିଏ ଶିବିର ଆୟୋଜିତ ହୋଇଥିଲା l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ