ବ୍ରହ୍ମପୁରର ବିଭିନ୍ନ ଶିଳାନ୍ୟାସ ଉଦ୍ଘାଟନ କଲେ ପ୍ରତାପ ଜେନା । ବ୍ରହ୍ମପୁର,(ଯୁଗାବ୍ଦ ନ୍ୟୁଜ): ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି ରାଜ୍ୟ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ବିଭିନ୍ନ ଯୋଜନାର ଉଦ୍ଘାଟନ କରିଥିଲେ । ଏହି ଅବସରରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ବେହେରା, ବ୍ରହ୍ମପୁରର ପୁର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ,ଗୋପାଳପୁର ବିଧାୟକ ପ୍ରଦୀପ ପାଣୀଗ୍ରାହୀ , ଜିଲ୍ଲାପାଳ ବିଜୟ ଅମଡତ କୁଲାଙ୍ଗେ , କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ପ୍ରମୁଖ ଉପସ୍ଥିତ ଥିଲେ । ବ୍ରହ୍ମପୁରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟାକୁ ଦୂର କରିବା ପାଇଁ ବିଭିନ୍ନ ଯୋଜନାମାନ ପ୍ରଣୟନ କରିବାସହ ସେଗୁଡିକର ସଠିକ କାର୍ଯ୍ୟକାରୀ କରିବା ନିମନ୍ତେ ଉକ୍ତ ବୈଠକରେ ଆଲୋଚନା କରାଯାଇଥିଲାଏହାସହ ଟାଉନହଲ ପରିସରରେ ସାମାଜିକ ସୁରକ୍ଷା ଭତ୍ତା ଓ ଭିନ୍ନକ୍ଷମ ସ୍ୱଂୟ ସହାୟକ ଗୋଷ୍ଠୀ ଗୁଡିକର ଉନ୍ନୟନ ପାଣ୍ଠି ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।