ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ
ବ୍ରହ୍ମପୁର,(ଅନିଲ କୁମାର):ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁସ୍ମିତା , ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ଶ୍ରୀ ଦେବଦତ୍ତ ପଣ୍ଡା, ବ୍ରହ୍ମପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ କୈଳାଶ ଚନ୍ଦ୍ର ବୁରୁଦା ଙ୍କ ଉପସ୍ଥିତିରେ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 107ଟି ଅଭିଯୋଗ ର ଶୁଣାଣୀ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 94ଟି ଥିବାବେଳେ ସାମୁହିକ ଅଭିଯୋଗ 13ଟି ଥିଲା ଏବଂ ତ୍ୱରିତ 8ଟି ଅଭିଯାଗର ଫଇସଲା ହୋଇଥିଲା। ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ, ବାର୍ଦ୍ଧକ୍ୟ ଭତ୍ତା ଇତ୍ୟାଦି l ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ କୁ ନିର୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣି ରେ ପ୍ରତ୍ୟେକ ବିଭାଗର ଅଧିକାରୀମାନେ , ବ୍ରହ୍ମପୁର ଉପଖଣ୍ଡ ର ସମସ୍ତ ତହସିଲଦାର ଏଵଂ ବିଡ଼ିଓ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l