ବ୍ରହ୍ମପୁର ଠାରେ ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ଜୟନ୍ତୀ ପାଳିତ

ଛତ୍ରପୁର,(ଦେବଦତ୍ତ ମହାରଣା): ବ୍ରହ୍ମପୁର ଠାରେ ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ୧୫୧ ତମ ଜୟନ୍ତୀ  ପାଳିତ ହୋଇଯାଇଛି  । ରାମଲିଙ୍ଗମ୍ ପୋଖରୀ ପାର୍ଶ୍ବରେ ଥିବା ଗାନ୍ଧୀ ପାର୍କ ଓ ଗାନ୍ଧୀ ନଗର ଛକ ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୁର୍ତ୍ତିରେ ବିଶିଷ୍ଠ ଅତିଥିମାନଙ୍କ ଗହଣରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି  । ଜିଲ୍ଲା ସଂସ୍କୃତି ପରିଷଦ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ରାଜ୍ୟ ନିର୍ମାଣ ଶ୍ରମିକ ବୋର୍ଡ ଅଧ୍ୟକ୍ଷ ଡଃ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ମହାନଗର ନିଗମ କମିଶନର୍ ଡ. ସିଦ୍ଧେଶ୍ବର ବଳିରାମ ବୋନ୍ଦର, ବ୍ରହ୍ମପୁର ଉପ ଜିଲ୍ଲାପାଳ ଓ୍ବି. କିର୍ତ୍ତୀ ଓ୍ବାସନ୍ ଓ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଜାତିର ଜନକ ମହାତ୍ମାଗାନ୍ଧିଜୀଙ୍କ ଉଭୟ ପ୍ରତିମୁର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ  । ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ହିଲପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ଠାରେ ଗାନ୍ଦିଜୀଙ୍କ ଜୀବନ ଆଦର୍ଶ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀକୁ ଅତିଥିଗଣ ଉଦ୍ଘାଟନ କରିଥିଲେ  ।  ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ସହଯୋଗ କରିଥିଲେ  ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ