ବ୍ରହ୍ମପୁର ଠାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀ ରେ ଛତ୍ରପୁର ଓକିଲ ସଂଘ ର ସତ୍ୟାଗ୍ରହ

ଛତ୍ରପୁର, (ଦେବଦତ୍ତ ମହାରଣା) : ବ୍ରହ୍ମପୁର ରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀ ନେଇ ଗୁରୁବାର ଛତ୍ରପୁର ସିଭିଲ କୋର୍ଟ ପରିସରରେ ଛତ୍ରପୁର ଓକିଲ ସଂଘ ଆନ୍ଦୋଳନକୁ ଓହ୍ଲାଇଛି । ପୂର୍ବ ନିଷ୍ପତ୍ତି ଅନୁସାରେ ପ୍ରତି ମାସର ଶେଷ କାର୍ଯ୍ୟ ଦିବସକୁ ଛତ୍ରପୁର ଓକିଲ ସଂଘର ସଦସ୍ୟ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବା ସହ ସତ୍ୟାଗ୍ରହ କରୁଛନ୍ତି । ଓକିଲ ସଂଘର ସଭାପତି ପ୍ରଦୀପ କୁମାର ପାଢୀ, ସମ୍ପାଦକ ଏଲ୍ ଗୋପାଳ ରାଓଙ୍କ ସମେତ ବହୁ ଆଇନଜୀବୀ ବିଭିନ୍ନ ନାରାବାଜି ଦେଇ ଛତ୍ରପୁର ସିଭିଲ କୋର୍ଟ ପରିସରରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହି ଆନ୍ଦୋଳନରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଓକିଲ ସଂଘର ସଭାପତି ରାମଚନ୍ଦ୍ର ବେହେରା, ଦେବେନ୍ଦ୍ର ମିଶ୍ର, ସୁରଜିତ ସାମନ୍ତରାୟ, କୈଳାସ ପଲାଇ, ଶ୍ୟାମ ସୁନ୍ଦର ପଟ୍ଟନାୟକ, ଡି. ଆଦି ନାରାୟଣ ରେଡ୍ଡି, ସିମାଞ୍ଚଳ ମହାପାତ୍ର, ବାବୁ ନାହାକ, ସନ୍ତୋଷ କୁମାର ସାହୁ, ବିଶ୍ୱ ଭୂଷଣ ପାଢୀ, ଜିତୁନ ପାଢୀ, ମନୋଜ ବେହେରା, ସନ୍ତୋଷ କୁମାର ପଣ୍ଡା, ଗିଟୁ ପଣ୍ଡା, ନିତ୍ୟାନନ୍ଦ ମୁଦୁଲି, ସୁମିତ ସାହୁଙ୍କ ସମେତ ବହୁ ଆଇନଜିବୀ ମାନେ ସାମିଲ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ