ବ୍ରହ୍ମପୁର ବଡ଼ ମେଡିକାଲ ରକ୍ତ ଭଣ୍ଡାରରେ ରକ୍ତଦାନ ଶିବିର ଆୟୋଜିତ

ବ୍ରହ୍ମପୁର (ଯୁଗାଦ୍ଦ ନ୍ୟୁଜ) ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ (ଗୁଣ୍ଠବନ୍ଧ), ମାରଓ୍ବାଡି ମହିଳା ସମିତି, ନେଚର ଲଭର୍ସ ଓଡିଶା, ବକ୍ସିଂ ଓଡିଶାର ମିଳିତ ଆନୁକୂଲ୍ୟରେ ଏବଂ ରକ୍‌ ଷ୍ଟାର ଡ୍ୟାନ୍ସ ଏକାଡେମୀର ସହଯୋଗରେ ବୁଧବାର ବ୍ରହ୍ମପୁର ବଡ଼ ମେଡିକାଲ ରକ୍ତ ଭଣ୍ଡାରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ପ୍ରବଳ ଗ୍ରୀଷ୍ମରେ ରକ୍ତ ଅଭାବକୁ ଦୁର କରିବା ଏବଂ ସ୍ବେଚ୍ଛାକୃତ ରକ୍ତଦାତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ସପ୍ତମ ଥର ଲାଗି ରକ୍ତଦାନ ଶିବିର ‘ଆସନ୍ତୁ ଗଢିବା ରକ୍ତ ସମ୍ପର୍କ’ ଅନୁଷ୍ଠିତ ହୋଇଥିଲା । ଏଥର ଶିବିରରେ ୧୩ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ସବୁଜ ବାହିନୀର ସଭାପତି ଶିବରାମ ପାଣିଗ୍ରାହୀ, ସମ୍ପାଦକ ଏମ୍‌.ଦିଲୀପ କୁମାର, କୋଷାଧ୍ୟକ୍ଷ ଦୀପକ ପାତ୍ର, ପରିଷଦର ସଭାପତି ସାଗର କୁମାର ପାତ୍ର, ନେଚର୍ସ ଲଭର୍ସ ଓଡିଶାର ଆବାହକ ଶ୍ରୀନିବାସ ରାଜନାଙ୍କ ସମେତ ବହୁ ସ୍ବେଚ୍ଛାସେବୀ ଯୋଗଦେଇ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ୭ ଗୋଟି ଶିବିରରେ ସମୁଦାୟ ୧୩୨ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ