ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପିଆଇବିର ଆଂଚଳିକ ଗଣମାଧ୍ୟମ କର୍ମଶାଳା

ବ୍ରହ୍ମପୁର – ବୁଧବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷଠାରେ କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ତରଫରୁ ଆଂଚଳିକ ଗଣମାଧ୍ୟମ କର୍ମଶାଳା ଆୟୋଜିତ ହୋଇଛି । ଏହି କର୍ମଶାଳାକୁ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଶ୍ରୀ ଟି. ଆପାଙ୍ଗ ଆଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ଡ. ଗୋବିନ୍ଦ ଚକ୍ର ପାଣି ଯୋଗଦେଇଥିଲେ । ଏହି କର୍ମଶାଳାରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ତଥା ଅତିରିକ୍ତ ପ୍ରେସ ରେଜିଷ୍ଟ୍ରାର ଶ୍ରୀ ଶୈଳେଶ କୁମାର ମାଲବ୍ୟ ସଭାପତିତ୍ୱ କରିଥିଲେ । ସରକାରଙ୍କର ଜନକଲ୍ୟାଣକାରୀ ଯୋଜନାକୁ ସାଧାରଣ ଜନତାଙ୍କ ପାଖରେ ପହଂଚାଇବାରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ଶ୍ରୀ ମାଲବ୍ୟ ମତ ରଖିଥିଲେ । ସେ କହିଥିଲେ ଯେ ଗ୍ରାମାଂଚଳରେ କାର୍ଯ୍ୟକରୁଥିବା ଗଣମାଧ୍ୟମର ପ୍ରତିନିଧିମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରାଇବାରେ ଉଲ୍ଲେଖନୀୟ ଅବଦାନ ଦେଇଥାନ୍ତି । ବିଭିନ୍ନ ଯୋଜନାର ସୁଫଳ କିପରି ଲୋକମାନେ ପାଇବେ ସେ ସମ୍ପର୍କରେ ସେମାନଙ୍କର ଲେଖା ଓ ରିପୋର୍ଟ ଯଥେଷ୍ଟ ସହାୟକ ହୋଇଥାଏ । ଏପରିକି କାର୍ଯ୍ୟକ୍ରମ ରୂପାୟନ କ୍ଷେତ୍ରରେ ରହିଥିବା ତ୍ରୁଟି ବିଚ୍ୟୁତିକୁ ମଧ୍ୟ ସେମାନେ ଲୋକଲୋଚନକୁ ଆଣି ପ୍ରଶାସନକୁ ସଜାଗ ଓ ପାରଦର୍ଶୀ କରାଇଥାନ୍ତି । ଲୋକତାନ୍ତ୍ରିକ ବ୍ୟବସ୍ଥାକୁ ଗ୍ରାମୀଣ ସାମ୍ବାଦିକମାନେ ସମୃଦ୍ଧ କରିଥାନ୍ତି ବୋଲି ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ମାଲବ୍ୟ କହିଥିେଲେ । ଏହି କର୍ମଶାଳାରେ ମୁଖ୍ୟବକ୍ତା ରୂପେ ଯୋଗଦେଇ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକ ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରଫେସର ପ୍ରଦୀପ ମହାପାତ୍ର ସାମ୍ପ୍ରତିକ ପରିସ୍ଥିତିରେ ଆଧୁନିକ ପ୍ରଯ୍ୟୁକ୍ତିର ବହୁଳ ବ୍ୟବହାର, ସାମ୍ବାଦିକଙ୍କ ସମ୍ମୁଖରେ ରହିଥିବା ଆହ୍ୱାନ, ସୋସିଆଲ ମିଡିଆର ଉପଯୁକ୍ତ ବ୍ୟବହାର ଏବଂ ପରିବର୍ତିତ ସମୟରେ ଗଣମାଧ୍ୟମର ଭୂମିକା ଆଦି ଉପରେ ଆଲୋକପାତ କରିଥିଲେ । ଏହି କର୍ମଶାଳାରେ ଭାରତ ସରକାରଙ୍କ ବିଭିନ୍ନ ଜନଲ୍ୟାଣକାରୀ ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା । ଅନ୍ୟତମ ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ଆକାଶବାଣୀର କାର୍ଯ୍ୟକ୍ରମ ମୁଖ୍ୟ ଡ. ହୃଷିକେଶ ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଅମ୍ବିକା ପ୍ରସାଦ ଦାଶ, ବ୍ରହ୍ମପୁର କ୍ଷେତ୍ର ପ୍ରଚାର ଅଧିକାରୀ ଶ୍ରୀ ମନମୋହନ ପାଢ଼ି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିରଂଚି ନାରାୟଣ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ । ଏହି ଦିନିକିଆ କର୍ମଶାଳାରେ ବ୍ରହ୍ମପୁରର ପାଖାପାଖି ୪୦ରୁ ଊର୍ଦ୍ଧ୍ୱ ସାମ୍ବାଦିକ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ଓ ନିଜ ମତାମତ ରଖିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ