ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ଦାଦାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଓ ରକ୍ତଦାନ ଶିବିର

କେନ୍ଦ୍ରାପଡା, (ଚିତ୍ତରଂଜନ ଦାସ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟର ପୂର୍ବତନ ମୁଖ୍ୟ ପ୍ରଶାସିକା ଦାଦି ଜାନକୀଙ୍କ ପ୍ରଥମ ବାର୍ଷିକ ପୁଣ୍ୟତିଥି ଉପଲକ୍ଷେ ସ୍ଥାନୀୟ ସୁନାଇଲୋସ୍ଥିତ ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ସେବାକେନ୍ଦ୍ରରେ ଶ୍ରଦ୍ଧାଞ୍ଜଳି ସଭା ଓ ଦାଦିଜୀଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଅତିରିକ୍ତ ସବ୍‌ଜଜ ଶୋଭନ୍ କାନୁନଗୋ ଓ ସମ୍ମାନନୀୟ ଅତିଥି ଭାବେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ ଯୋଗଦେଇ ଦାଦିଜୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଦାଦିଜୀଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରି ରକ୍ତଦାନ ଶିବିରକୁ ଉଦ୍‌ଘାଟନ କରିଥିଲେ । ଏହି ଶିବିରରେ ପ୍ରାୟ ୫୦ ଜଣଙ୍କଠାରୁ ରକ୍ତ ସଂଗ୍ରହ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ସେବାକେନ୍ଦ୍ରର ମୁଖ୍ୟ ସଂଚାଳିକା ବ୍ରହ୍ମାକୁମାରୀ ସ୍ନେହ ଭଉଣୀ ସୂଚାରୁରୂପେ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ