ବ୍ଲକ ଉପାଧ୍ୟକ୍ଷଙ୍କ ଦ୍ଵାରା ମାଟ୍ରିକ ବିଦ୍ୟାର୍ଥୀ ସମ୍ବର୍ଦ୍ଧିତ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ତିନିଜଣ ବିଦ୍ୟାର୍ଥୀଙ୍କୁ ଆଜି ଭଣ୍ଡାରିପୋଖରୀ ବ୍ଲକ ଉପାଧ୍ୟକ୍ଷ ପ୍ରଣୀତକାନ୍ତି ସାମଲ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି । ସୂଚନା ଅନୁସାରେ ଶାରଦା ବିଦ୍ୟାମନ୍ଦିରର ଛାତ୍ର ଜ୍ୟୋତିପ୍ରକାଶ ପଣ୍ଡା ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ କମଳ ଲୋଚନ ମହାପାତ୍ର ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିଭଳି ଜଳମଣ୍ଡୁଆ ସ୍ଥିତ ଜଗନ୍ନାଥ ଉଚ୍ଚ ବିଦ୍ୟାପୀଠର ଛାତ୍ର ସତ୍ୟବ୍ରତ ପାଢ଼ୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। କୃତିତ୍ୱ ହାସଲ କରିଥିବା ୩ଜଣ ଛାତ୍ରଙ୍କୁ ଆଜି ଉପାଧ୍ୟକ୍ଷ ଶ୍ରୀ ସାମଲ ଆର୍ଥିକ ପ୍ରୋତ୍ସାହନ ରାଶି ସହିତ ଅଙ୍ଗବସ୍ତ୍ର ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିବା ବେଳେ ସେମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି । ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଶିକ୍ଷାଧିକାରୀ ଅଧିର କୁମାର ତରାଇ, ଶାରଦା ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ସାଂସଦ ପ୍ରତିନିଧି ଲଳିତ କୁମାର ରାଉତ, ସ୍ଥାନୀୟ ସରପଞ୍ଚ ବର୍ଷାରାଣୀ ଜେନା, ସମିତିସଭ୍ୟ ବିଷ୍ଣୁଚରଣ ଦାସ, ହେମନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ