ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

ଭଞ୍ଜନଗର,(ସନ୍ତୋଷ କୁମାର ଜେନା): ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି,ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ବିଶ୍ଵରଞ୍ଜନ କର,ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜୀବ ଲୋଚନ ପଣ୍ଡା ଛତ୍ରପୁର, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 117ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 109ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 8ଟି ଥିଲା,ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ 18ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ 13 ଜଣଙ୍କୁ ବିଧବା,ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ତହସିଲଦାର ଉମାଶଙ୍କର ବେହେରା,ଜିଲ୍ଲା ଶିକ୍ଷା ଅଧିକାରୀ ଅମିତା ପଟନାୟକ ,ଗୋଷ୍ଠି ଶିକ୍ଷା ଅଧିକାରୀ ଭଞ୍ଜନଗର ଏସ ଧନଞ୍ଜୟ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା, ଭଂଜନଗର , ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର,ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି,ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ