ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ
ଭଞ୍ଜନଗର, (ସନ୍ତୋଷ କୁମାର ଜେନା):ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି , ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର,ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 74ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 64ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 10ଟି ଥିଲା,ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ 4ଟି ଅଭିଯାଗର ଫଇସଲା କରିଥିଲେ। ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,ଭଞ୍ଜନଗର,ଏସ. ଡି. ପି.ଓ ସୁଜିତ କୁମାର ନାୟକ,ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ପୂର୍ତ୍ତ ବିଭାଗ ଏସ,ଡି,ଓ ଭଞ୍ଜନଗର ପ୍ରତାପ ନାୟକ,ଗୋଷ୍ଠି ଶିକ୍ଷା ଅଧିକାରୀ ଭଞ୍ଜନଗର ଏସ ଧନଞ୍ଜୟ, ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମାହାର,ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା,ଭଂଜନଗର ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର ,ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l