ଭତା ଓ ଆବାସ କାର୍ଯ୍ୟାଦେଶ ବଂଟନ
ହିଞ୍ଜିଳିକାଟୁ (ଶେଷଦେବ ସାହୁ) : ହିଞ୍ଜିଳିକାଟୁ ପୌରପରିଷଦ ପକ୍ଷରୁ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଏକ ମେଗା ମେଳା ଆଯୋଜନ କରାଯାଇଥିଲା ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡାଙ୍କଅଧ୍ୟକ୍ଷତାରେ ଅନୁଷ୍ଠିତ ମେଳାରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ଡ଼ିଆରଡ଼ିଏ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ଶ୍ରମ ଅଧିକାରୀ ଶିବ ପ୍ରସାଦ ସାହୁ, ସିଏଲଟିସି ଶଶି ଶେଖର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ପୌରାଂଚଳ ପ୍ରତିନିଧି ସଂଜୟ କୁମାର ପଣ୍ଡା, ପୌରାଂଚଳ ବିଜେଡ଼ି ସଭାପତି ଭୀମସେନ ବେହେରା, ପୂର୍ବତନ ପୌର ଉପାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲାଇ, ପୂର୍ବତନ ଉପନଗରପାଳ ପବିତ୍ର ମୋହନ ପାଣିଗ୍ରାହୀ, ସରୋଜ କୁମାର ପଣ୍ଡା, ଶିବରାମ ଗୌଡ଼, ହୃଦୟାନନ୍ଦ ମହାପାତ୍ର, ନିଳମଣି ପଟ୍ଟନାୟକ ପ୍ରମୂଖ ଯୋଗ ଦେଇଥିଲେ । ଏହି ଅବସରରେ ସହରରେ ବାସ କରୁଥିବର ୭୫ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜେନା କାର୍ଯ୍ୟାଦେଶ ବଂଟନ କରାଯାଇଥିଲା । ସେହିପରି ୩୩୦ ଜଣ ନିର୍ମାଣ ଶ୍ରମିକଙ୍କୁ କାର୍ଡ଼ ଓ ୧୪୨ଜଣଙଘ୍କୁ ବିଭିନ୍ନ ଭତା ବଂଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ପୌର ପରିଷଦର କନିଷ୍ଠ ଯନ୍ତ୍ରୀ ମାନସ ରଂଜନ ଦାଶ, ଦିଲ୍ଲିପ କୁମାର ମିଶ୍ର, କୌଳାସ ସାବତ, ଏଲ. ମୋହେନ ଆଚାରୀ, ବସନ୍ତ ବେହେରା ପ୍ରମୁଖ ପରିଚାଳନା କରିଥିଲେ ।