ଭବାନୀପାଟଣାଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ରଜନୀକାନ୍ତ ମିଶ୍ର) :-ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି, ଅତିରିକ୍ତ ଜିଲ୍ଲାପାଳ ( ରେଭିନ୍ୟୁ)ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଅତିରିକ୍ତ ଜିଲ୍ଲାପାଳ( ଜେନେରାଲ) ଶ୍ରୀ ସୁଶାନ୍ତ କୁମାର ପଟେଲ, ପି ଡି , ଡି ଆର୍ ଡି ଏ ଶ୍ରୀ ସୋମେଶ କୁମାର ଉପାଧ୍ୟାୟ , ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୫୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୩୨ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୩ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ୩ ଜଣଙ୍କୁ ୧୦,୦୦୦ ଟଙ୍କା,୫, ୦୦୦ଟଙ୍କା ଓ ୨୦୦୦ଟଙ୍କା ଚିକିତ୍ସା ସହାୟତା ଅନୁମୋଦନ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ