ଭରତପୁର ପଞ୍ଚାୟତରେ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତରେ ୭୫ତମ ସ୍ୱାଧୀନତା ଦିବସ ଅବସରରେ ସରପଞ୍ଚ ଜୀନତ ପ୍ରିୟଦର୍ଶିନୀ ରାଉତ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏଥିସହିତ କାର୍ଯ୍ୟାଳୟ ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହି ଅବସରରେ ପଞ୍ଚାୟତର ସମସ୍ତ ୱାର୍ଡସଭ୍ୟ,ସଭ୍ୟା, ଅଙ୍ଗନୱାଡିକର୍ମୀ ଓ ଆଶାକର୍ମୀମାନଙ୍କୁ ପୁଷ୍ପମାଲ୍ୟ, ଉତ୍ତରୀୟ ଓ ମାନପତ୍ର ପ୍ରଦାନ ପୂର୍ବକ କୋଭିଡ ଯୋଦ୍ଧା ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା । ନିକଟସ୍ଥ ଗ୍ରାମୀଣ ପାର୍କ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହାପରେ ବୈଠକରେ ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଜିଲ୍ଲାପାଳ ଅମ୍ରିତ ଋତୁରାଜ ଓ ବିଡିଓ ଅଶ୍ୱିନୀ କୁମାର ଦାସଙ୍କ ଦିଗଦର୍ଶନରେ ପଞ୍ଚାୟତର ସମସ୍ତ ବିଦ୍ୟାଳୟ ଗୁଡିକର ଉନ୍ନତିକରଣ, ଡିଜିଟାଲ ପାଠାଗାର, ଡାଇନିଙ୍ଗ ହଲ ଏବଂ ଅଙ୍ଗନୱାଡି କେନ୍ଦ୍ର ଗୃହ ଗୁଡିକର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା । ବୈଠକରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଶୋକ କୁମାର ଜେନା, ଜି.ଆର.ଏସ. କ୍ଷଣପ୍ରଭା ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ ପୂର୍ବକ ସଭା ସାଙ୍ଗ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ