ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ
ଛତ୍ରପୁର, (ଦେବଦତ୍ତ ମହାରଣା) :-ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଭାରତର କୋକିଳ ତଥା ସୁରସମ୍ରାଜ୍ଞୀ ସ୍ୱର୍ଗତ ଲତା ମଙ୍ଗେସକରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବା ସହିତ ଏକ ନୀରବ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ସଭାପତି ଉପେନ୍ଦ୍ର ମହାନ୍ତି ଓ ସମ୍ପାଦକ ପଦ୍ମ ଚରଣ ସାହୁ ଉପସ୍ଥିତ ରହି ଲତା ମଙ୍ଗେସକରଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ । ଏହା ସହ ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଲତାଙ୍କ ଜୀବନର ସଫଳତା ବିଷୟରେ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ଶିଶୁ ମାନେ ଉପସ୍ଥିତ ଥିଲେ ।


