ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ପକ୍ଷରୁ ଜିଲ୍ଲା ପ୍ରବାସ ଯୋଜନା ବୈଠକ

ବ୍ରହ୍ମପୁର, (ଅନିଲ କୁମାର):ଆଜି ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ପକ୍ଷରୁ ଜିଲ୍ଲା ପ୍ରବାସ ଯୋଜନା ବୈଠକ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ବରେ ସ୍ଥାନୀୟ ଇଂଜିନିୟରିଂ ସ୍କୁଲ ଛକ ସ୍ଥିତ ରାଜସ୍ୱ ବଙ୍ଗଳା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ଯୋଗ ଦେଇ ଗଞ୍ଜାମ ଜିଲ୍ଲାରେ ଦଳୀୟ ସାଙ୍ଗଠନିକ ସ୍ଥିତି ସମୀକ୍ଷା କରିବା ସହ ଦଳକୁ ବୁଥ୍ ସ୍ଥରରେ ଅଧିକ ସୁଦୃଢ଼ କରିବା ପାଇଁ ଉପସ୍ଥିତ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳର କୁଶାସନ ବିରୁଦ୍ଧରେ ଜୋରଦାର ଆନ୍ଦୋଳନ କରିବାକୁ ଉପସ୍ଥିତ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ୱାନ କରିଥିଲେ । ଏହି ଅବସରରେ ଗଞ୍ଜାମ ଜିଲ୍ଲା ପ୍ରଭାରୀ ଅଶୋକ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି,ସରୋଜ ସାବତ,ପ୍ରଶାନ୍ତ କର,ମହନ୍ତ ଚିନ୍ମୟାନନ୍ଦ ଦାସ,କର୍ପୋରେଟର ପ୍ରଦୀପ କୁମାର ସତପଥି,ଡ଼ି.କରୁଣାକର,ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ,ଜିଲ୍ଲା ଉପସଭାପତି ଡ଼ା.ସୁବାଷ ସାହୁ,ମନୋଜ ପଟ୍ଟନାୟକ,ରାମ କୁମାର ପାତ୍ର,ସୁନିଲ କୁମାର ସାହୁ,ଜିଲ୍ଲା ସମ୍ପାଦକ ଲକ୍ଷ୍ମୀ ଚରଣ ପଣ୍ଡା,ବାଳକୃଷ୍ଣ ସାମନ୍ତରା,ଭୀମସେନ ବେହେରା,ଚନ୍ଦ୍ରମଣି ପାତ୍ର,ବସନ୍ତ ବେହେରା, ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବବିତା ପାତ୍ର,ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ରାଜେଶ କୁମାର ସାହୁ,ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚା ସମ୍ପାଦକ କୃଷ୍ଣ ଚନ୍ଦ୍ର ନାୟକ,ବ୍ରହ୍ମପୁର ମହାନଗର ପ୍ରଭାରୀ ରାମ ପ୍ରସାଦ ସାମଲ,ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ମଦନ ମୋହନ ପାତ୍ରଙ୍କ ସମେତ ମଣ୍ଡଳ ସଭାପତି ସନତ୍ ନାୟକ,ପ୍ରଦୀପ ପଟ୍ଟନାୟକ,କେ.ଟୁଙ୍ଗୁରୁ ପାତ୍ର,ଭାବଗ୍ରାହୀ ପାଳ,ସରୋଜ ପାତ୍ର,କୃଷ୍ଣ ଚନ୍ଦ୍ର ଚୌଧୁରୀ,ଚଣ୍ଡୀ ପ୍ରସାଦ ସାହୁ,ଅଭିମନ୍ୟୁ ସାହୁ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ