ଭାରସାମ୍ୟ ହରାଇ ଓଲଟିଲା ଅଟୋ: ୭ ଆହତ, ଜଣେ ଗୁରୁତର
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏକ ଅଟୋ କୁଡୁତୁଲିରୁ କଞ୍ଜାମେଣ୍ଡି ଆସୁଥିବା ବେଳେ କୁଡୁତୁଲି ନିକଟ ଏକ ପୋଲ ଉପରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଏଥିରେ ୭ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି ।