ଭାରସାମ୍ୟ ହରାଇ ବୁଲାଣିରେ ଯାତ୍ରୀବାହୀ ବସ୍ ଓଲଟିଲା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ମହାଗୁଡ଼ି ଗ୍ରାମ ନିକଟ ବୁଲାଣିରେ ଏକ ପର୍ଯ୍ୟଟକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୨୫ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି। ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।ସୂଚନାନୁଯାୟୀ, କଲିକତାରୁ ଏକ ଯାତ୍ରୀବାହୀ ବସ୍ ଦାରିଙ୍ଗବାଡ଼ି ବୁଲିବାକୁ ଆସିଥିଲେ। ଫେରିବା ବେଳେ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ମହାଗୁଡ଼ି ଗ୍ରାମ ନିକଟ ବୁଲାଣିରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ବସ୍‌ରେ ଥୂବା ୨୭ ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ୨ ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବିଷୟ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚାପଧାରୀ ପ୍ରଧାନ ସୂଚନା ଦେଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ