ଭିତିପ୍ରସ୍ତର ସ୍ଥାପନ କଲେ ବିଧାୟକ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ) : ନାଉଗାଁ ବ୍ଳକ ଅନ୍ତର୍ଗତ ଗଂଗଦାସ୍ଥିତ ଶ୍ରୀ ଶ୍ରୀ ମଉଳା ଭଣଜା ମହାବିଦ୍ୟାଳୟର ନୂତନ ଶ୍ରେଣୀଗୃହ ପାଇଁ ଭିତିପ୍ରସ୍ତର ସ୍ଥାପନ କରାଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଅଧିକାରୀ ଲେଙ୍କାଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରେଣୀଗୃହ ପାଇଁ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ତାଙ୍କ ସହିତ ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ସୁବଳ ବେହେରା, ଡେରିକି ସରପଂଚ ତୁଳସୀ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଅଧ୍ୟାପକ ପ୍ରତାପ ମିଶ୍ର, ଅଧ୍ୟାପକ ହରିପ୍ରସାଦ ପତି, କ୍ରିଡା ଶିକ୍ଷକ ଏସ୍‌.କେ ବକ୍ରୁତଲ୍ଲା, ଲାଇବେରିଆନ୍ ଦୁର୍ଯୋଧନ ଜେନା ପ୍ରମୁଖ ପରିଚାଳନା କରୁଥିବା ବେଳେ ରିତେଶ ନାୟକ, ଆଲୋକ ସାହୁ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ